ରାଜ୍ୟରେ ପ୍ରବଳ ବର୍ଷା ଜାରୀ : ପାଣିପାଗ ବିଭାଗର ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ।

utkalnews7
By
0


ଭୁବନେଶ୍ବର(ଉତ୍କଳ ନ୍ୟୁଜ୍୭): ରାଜ୍ୟରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଂଜାମ, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ  ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।ସେହିଭଳି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୁଆପଡା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଦିଆଯାଇଛି।

Tags:

Post a Comment

0 Comments

Please Select Embedded Mode To show the Comment System.*