ଚିଲିକାରେ ଜାତୀୟ ପତାକା ଉଡାଇଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ।

utkalnews7
By
0



ବାଲୁଗାଁ,୩୧/୭(ଉତ୍କଳ ନ୍ୟୁଜ୍୭):-ରବିବାର ପୂର୍ବାହ୍ନରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସ୍ୱାଧି ନିରଞ୍ଜନ ଜ୍ୟୋତି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳି ବାଲୁଗାଁ ଗାନ୍ଧୀ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହର ଘର ତ୍ରିରଙ୍ଗାର ପ୍ରଚାର ପ୍ରସାର ପାଇଁ ବଜାର ପରିକ୍ରମା କରି ୭ନଂ ୱାର୍ଡ ପାଟଣା ସାହି ପର୍ଯ୍ୟନ୍ତ ପଦ ଯାତ୍ରା କରିଥିଲେ। ୭ନଂ ୱାର୍ଡ କାଉନସିଲର ରୁନୁ ବେହେରାଙ୍କ ଘର ଠାରୁ ହର ଘର ତ୍ରିରଙ୍ଗାର ଅଭିଯାନ ଆରମ୍ଭ କରିଥିଲେ।


ଦୀର୍ଘ ଦୁଇ ବର୍ଷ ଧରି ମହାମାରୀ କରୋନା ପ୍ରଭାବରେ ବହୁ ଜନଜୀବନ ମୃତ୍ୟୁ ତାଣ୍ଡବରେ ଲୀନ ହେଇଥିବା ସହ ଘୋର ଆର୍ଥିକ ଅନଟନ ମଧ୍ୟ ଦେଖାଦେଇଥିଲା।ଯାହାକି ଏଭଳି ମହାମାରୀରୁ ନିବୃତ ହେବାପାଇଁ ଏକ ମାତ୍ର ବିଶଲ୍ୟକରଣୀ ଥିଲା କୋଭିଡ ଟୀକା।ପ୍ରଧାନମନ୍ତ୍ରୀ ମୋଦିଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ଜନସାଧାରଣଙ୍କୁ ଟୀକା କରଣ ନେଇ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକୁ ଦାଇତ୍ୱ ଦିଆଯାଇଥିଲା।ଏନେଇ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସ୍ୱାଧି ବିଭିନ୍ନ ଟୀକାକରଣ କେନ୍ଦ୍ରମାନ ପରିଦର୍ଶନ କରିଛନ୍ତି।ଏବଂ ଏହାକୁ ଅଧିକ ତ୍ୱରିତ କରିବାପାଇଁ ବାଲୁଗାଁ ସିଏଚସି ଅଧିକାରୀ ଡା. ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ବାଲୁଗାଁ କାର୍ଯ୍ୟକ୍ରମ ସାରି କେନ୍ଦ୍ରମନ୍ତ୍ରୀ ବାଣପୁର ଗସ୍ତ କରିଥିଲେ l ବିଷରପାଟଣା ଛକରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ପରେ କେନ୍ଦ୍ରମନ୍ତ୍ରୀ ସିଧାସଳଖ ଗମ୍ଭାରୀମୁଣ୍ଡା ଯାଇ ସେଠାରେ ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ' କାର୍ଯ୍ୟକ୍ରମରେ ଯୋଗଦେଇଥିଲେ l ଏହାପରେ ଦେଓଗାଁରେ 'ବୁଥ କମିଟି' ଓ 'ପନ୍ନା ପ୍ରବାସ' କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ବିମାନବନ୍ଦର ଫେରିଯାଇଥିଲେ l କେନ୍ଦ୍ରମନ୍ତ୍ରୀଙ୍କ ଉକ୍ତ ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ  କେନ୍ଦ୍ର ପର୍ଯ୍ୟଟନ ଅଧ୍ୟକ୍ଷ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ଼ା. ସମ୍ବିତ ପାତ୍ର, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ଏବଂ ବହୁ ଜିଲ୍ଲାସ୍ତରୀୟ ଓ ଆଞ୍ଚଳିକ ବିଜେପି ନେତାମାନେ ସାମିଲ ଥିଲେ।

Tags:

Post a Comment

0 Comments

Please Select Embedded Mode To show the Comment System.*