ଚିଲିକା ବିଧାୟକଙ୍କୁ ମିଳିଲା ନିୟମିତ ଜାମିନ।

utkalnews7
By
0


ବାଣପୁର,୪/୮(ଉତ୍କଳ ନ୍ୟୁଜ୍୭):ନିୟମିତ ଜାମିନ ପାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ପୁର୍ବରୁ  ସୁପ୍ରିମକୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ଦେଇସାରିଥିବା ବେଳେ ବାଣପୁର କୋର୍ଟରେ ଓକିଲମାନଙ୍କ ଧର୍ମଘଟ ଚାଲିଥିବାରୁ ନିୟମିତ ଜାମିନ ପାଇପାରି ନ ଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ବିଧାୟକ ପିଆର ବଣ୍ଡ ରେ ବାଣପୁର ଜେଲରୁ ପାଇଥିଲେ ଜାମିନ।ବର୍ତ୍ତମାନ ଓକିଲଙ୍କ ଧର୍ମଘଟ ସ୍ଥଗିତ ହୋଇଥିବା ସ୍ଥଳେ ଆଜି ମଧ୍ୟାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବାଣପୁର ଜେଏମଏଫସି କୋର୍ଟରେ ହାଜର ହୋଇ ନିୟମିତ ଜାମିନ ପାଇଛନ୍ତି। ଦୁଇ ଗୋଟି ଜାମିନଦାର ଓ ୩୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକା ବଦଳରେ ଜାମିନ ପାଇଛନ୍ତି ବିଧାୟକ।ତେବେ ଉକ୍ତ ମାମଲା ଆଜି ବାଣପୁର ଜେଏମଏଫସି କୋର୍ଟରୁ ଭୁବନେଶ୍ୱର ଏଡ଼ିଜେ-୩ କୋର୍ଟକୁ ସ୍ଥାନାନ୍ତରିତ ହୋଇଥିବାର ବାଣପୁର ଜେଏମଏଫସି କୋର୍ଟ ସରକାରୀ ଓକିଲ ପ୍ରାଚୀ ପ୍ରଭା ନନ୍ଦ ସୂଚନା ଦେଇଛନ୍ତି। ଆଇନ ଶୃଙ୍ଖଳା ଦୃଷ୍ଟିରୁ କୋର୍ଟ ପରିସର ଏବଂ ବାହାରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ବିଧାୟକଙ୍କ ପକ୍ଷରୁ ଆଇନଜୀବୀ ଜଗନ୍ନାଥ ଭୋଳ ଏବଂ ସୁଧୀର କୁମାର ପ୍ରଧାନ ମାମଲା ପରିଚାଳନା କରୁଥିଲେ।

Tags:

Post a Comment

0 Comments

Please Select Embedded Mode To show the Comment System.*