ସରସ୍ବତୀ ଶିଶୁ ମନ୍ଦିରର ଚତୁରବିଂଶତମ ବାର୍ଷିକ ଉତ୍ସବ ପାଳିତ।

utkalnews7
By
0



ରଣପୁର,୨୨।୧୨,(ଉତ୍କଳ ନ୍ୟୁଜ୍୭) :ନୟାଗଡ଼ ଜିଲ୍ଲା ରଣପୁର ବିଜ୍ଞାପିତ ପରିଷଦ ଅଞ୍ଚଳରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ  ଚତୁରବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ବରେଣ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ସଭାପତି ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ଶିକ୍ଷା ବିକାଶ ସମିତିର ନୟାଗଡ ଜିଲ୍ଲା ପ୍ରମୁଖ ହରେକୃଷ୍ଣ ମୁଦୁଲି, ସମ୍ମାନିତ ଅତିଥି ଭାବେ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଉପାଧ୍ୟକ୍ଷ ବିଶ୍ୱରଂଜନ ପଟ୍ଟନାୟକ, ମଣ୍ଡଳ ଶିକ୍ଷା ଅଧିକାରିଣୀ ବନଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ।  ପ୍ରିୟ ରଞ୍ଜନ ଦେଓ ସଭାଧକ୍ଷ ଭାବେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଅତିଥିମାନେ ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବର ଶୁଭ ଉଦଘାଟନ କରିଥିଲେ।ଏହି ଅବସରରେ ସମ୍ପାଦକ ଅମ୍ବିକା ପ୍ରସାଦ ଦାଶ ଅତିଥିମାନଙ୍କର ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସୁବାଷ ଚନ୍ଦ୍ର ସାମନ୍ତରାୟ ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ। ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ କପ୍ ପ୍ରଦାନ କରି ପୁରସ୍କୃତ କରାଯାଇଥିଲା।ପରିଶେଷରେ ବିଦ୍ୟାଳୟ ଶିକ୍ଷକ ଚିତ୍ତରଞ୍ଜନ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ପରିଚାଳନା ସମିତିର ସଭ୍ୟବୃନ୍ଦ ଓ ଅଭିଭାବକ ଉପସ୍ଥିତ ରହିଥିଲେ। ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ବଳିଷ୍ଠ ନିର୍ଦେଶନାରେ ଶିଶୁମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଅବିଭାବକ ମାନଙ୍କୁ ବେଶ ବିମୋହିତ କରିଥିଲା।  ବିଦ୍ୟାଳୟର ସହସମ୍ପାଦକ ପ୍ରଦୀପ୍ତ ନନ୍ଦ, ଶିକ୍ଷକ ସନ୍ତୋଷ କୁମାର ଆଚାର୍ଯ୍ୟ, ସୁଶ୍ରୀ ସଙ୍ଗୀତା ତ୍ରିପାଠୀ, ଗୀତାରାଣୀ ମିଶ୍ରଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

ରିପୋର୍ଟ - ଚିରଞ୍ଜିବୀ ଦାସ,ରଣପୁର।

Post a Comment

0 Comments

Please Select Embedded Mode To show the Comment System.*