କନ୍ଧନୟାଗଡ଼ ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୫ ଗୁରୁତର

utkalnews7
By
0


ଟାଙ୍ଗୀ/ଚାନ୍ଦପୁର,୨।୧,(ଉତ୍କଳ ନ୍ୟୁଜ୍୭): ଚାନ୍ଦପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଘଟିଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।ମିଳିଥିବା ସୂଚନା ଅନୁସାରେ, ୧୬ ନମ୍ବର ଜାତୀୟ ରାଜପଥ କନ୍ଧନୟାଗଡ ଓଭର ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଛି।ଆଜି ଅପରାହ୍ନରେ ସମୟରେ ଓଡି ୧୩ ଜି ୨୨୮୯ ନମ୍ବର ବିଶିଷ୍ଟ ଏକ ଯାତ୍ରୀବାହୀ ଅଟୋ ପୁରୀରୁ ନାଚୁଣୀ ନିକଟସ୍ଥ କହ୍ନେଇପୁୁର ଗ୍ରାମକୁ ଫେରୁଥିବାବେଳେ ଘଟିଛି ଅଘଟଣ । କୌଣସି କାରଣବଶତଃ ଡ୍ରାଇଭର ଅଟୋ ରିକ୍ସା ଉପରୁ ନିୟନ୍ତ୍ରଣ ହରାଇବାରୁ ତାହା ରାସ୍ତାର ଡିଭାଇଡର ସହ ପିଟି ହୋଇ ଯାଇଥିଲା। ଫଳରେ ଅଟୋଟି ଓଭରବ୍ରିଜ୍ ଉପରୁ ତଳକୁ ଖସି ପଡିବାରୁ ଯାତ୍ରୀମାନେ ଗୁରୁତର ଆହତ ହୋଇଥିଲେ।ଖବର ପାଇ ସ୍ଥାନୀୟ ଯୁବକମାନେ ଘଟଣା ସ୍ଥଳରେ ପହଂଚି ସମସ୍ତଙ୍କୁ ଉଦ୍ଧାର କରି ଚାନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ। ଗୁରୁତର ଆହତମାନେ ହେଲେ କହ୍ନେଇପୁର ଗ୍ରାମର ମୀନା ମୁଦୁଲି (୫୦), ଉମାକାନ୍ତ ମୁଦୁଲି (୫୩), ପ୍ରକାଶ ଚନ୍ଦ୍ର ମୁଦୁଲି (୩୬), ରିନା ମୁଦୁଲି (୨୪) ଏବଂ ଅଖିଳେଶ ମୁଦୁଲି (୭) ବୋଲି ଜଣାପଡିଛି।ସମସ୍ତ ଗୁରୁତର ଆହତଙ୍କୁ ଚାନ୍ଦପୁର ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି।

Post a Comment

0 Comments

Please Select Embedded Mode To show the Comment System.*