ଚଳିତ ବର୍ଷ ଆସିଛନ୍ତି ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ହଜାର ୯୨୯ ଗୋଟି ପକ୍ଷୀ।

utkalnews7
By
0



ଟାଙ୍ଗୀ/ଚିଲିକା,୪।୧,(ଉତ୍କଳ ନ୍ୟୁଜ୍୭): ଚିଲିକାରେ ସରିଲା ପକ୍ଷୀ ଗଣନା। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ କମ ଥିବା ସତ୍ୱେ ପକ୍ଷୀଙ୍କ ଆଗମନ ଚିଲିକାରେ ବଢିଥିବାର ଜଣାପଡିଛି। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ରାମସ୍ୱାମୀ ପି ଙ୍କ ସୂଚନା ମୁତାବକ, ଚଳିତ ବର୍ଷ ଚିଲିକାରେ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଛନ୍ତି। ଯାହାକି ଗତ ବର୍ଷ ୧୦ ଲକ୍ଷ ୭୪ ହଜାର ୧୭୩ ରୁ ବହୁତ ଅଧିକ। ଆଜି ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲୁରହିଥିଲା। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯାଇଥିବା ବେଳେ ୨୧ ଟି ଟିମ ନିୟୋଜିତ ହୋଇଥିଲେ। ଏବଂ ପ୍ରତି ଟିମରେ ୬-୭ ଜଣ ସଦସ୍ୟ ରହିଥିଲେ। ଟାଙ୍ଗୀ ଜୋନରେ ୮ଟି ଟିମ, ବାଲୁଗାଁରେ ୬ ଟି, ସାତପଡ଼ାରେ ୪ ଟି, ରମ୍ଭାରେ ୨ ଟି ଏବଂ ଚିଲିକାରେ ୧ ଗୋଟି ଟିମ ନିୟୋଜିତ ହୋଇଥିଲେ।ତେବେ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ଏବଂ ଅନ୍ୟ ଉପକରଣ ଆଦି ବ୍ୟବହୃତ କରାଯାଇଥିବା ବେଳେ ପକ୍ଷୀପ୍ରେମୀ, ପକ୍ଷୀ ସୁରକ୍ଷା ଶିବିରର କର୍ମକର୍ତ୍ତା, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଙ୍ଗ, ସାମାଜିକ କର୍ମୀ, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ଏବଂ ବିଏନଏଚଏସ ସାମିଲ ହୋଇଥିଲେ।ଗତବର୍ଷ ସମୁଦାୟ ୧୮୩ ପ୍ରଜାତିର ୧୦ ଲକ୍ଷ ୭୪ ହଜାର ୧୭୩ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୭ ପ୍ରଜାତିର ୧୦ ଲକ୍ଷ ୩୬ ହଜାର ୨୨୦ ଗୋଟି ବିଦେଶୀ ପକ୍ଷୀ ଏବଂ ୭୬ ପ୍ରଜାତିର ୩୭ ହଜାର ୯ ଶହ ୫୩ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଥିଲେ । ଚଳିତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଅଛନ୍ତି।

Post a Comment

0 Comments

Please Select Embedded Mode To show the Comment System.*