ବାହାନଗା ଟ୍ରେନ୍ ଟ୍ରାଜେଡି , ଓଡ଼ିଶା ଆସି ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବେ : ପ୍ରଧାନମନ୍ତ୍ରୀ ।

utkalnews7
By
0



ବାଲେଶ୍ବର,୦୩।୦୬,(ଉତ୍କଳ ନ୍ୟୁଜ୍୭) : ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶନିବାର ପ୍ରଧାନମନ୍ତ୍ରୀ ବାଲେଶ୍ଵର ବାହାନଗା ଆସି ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବେ। ଏହାପରେ ବାଲେଶ୍ଵର ହସ୍ପିଟାଲକୁ ଯାଇ ଆହତଙ୍କୁ ଭେଟିବେ। ଏହାପରେ କଟକ ଏସସିବି ମେଡିକାଲକୁ ଯାଇ ପାରନ୍ତି। କିଛି ସମୟ ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏନେଇ କାର୍ଯ୍ୟସୂଚୀ ଆସିବ।ସୂଚନାନୁଯାୟୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଓଡ଼ିଶା ଆସୁଛନ୍ତି। ସେ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ। ଅପର ପକ୍ଷରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧା ମଧ୍ୟ ଦୁର୍ଘଟଣା ସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି।ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ, ଦୁର୍ଘଟଣାର ସମୀକ୍ଷା କରିବେ।ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ୨୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଏହାସହ ଗୁରୁତର ଆହତମାନଙ୍କୁ ବାଲେଶ୍ୱର, ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସଙ୍କଟାପନ୍ନ ସ୍ଥିତିରେ ଥିବା ଆହତଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ ବିଭାଗ ନିଯୋଜିତ ଥିବା ବେଳେ ଏହି ଦୁର୍ଘଟଣା ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଛି ।

Post a Comment

0 Comments

Please Select Embedded Mode To show the Comment System.*