ଚିଲିକା/ବାଲୁଗାଁ,୨୩।୮,(ଉତ୍କଳ ନ୍ୟୁଜ୍୭) : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଠରବାଟିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରାପୁଟ ଗ୍ରାମରେ ଆଜି ବୁଧବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ମାଛ ଧରିବା ପାଇଁ ଚିଲିକାକୁ ଯାଇଥିବାବେଳେ ଅସାବଧାନତା ବଶତଃ ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣଙ୍କ ହେଉଛନ୍ତି ଚନ୍ଦ୍ରାପୁଟ ଗ୍ରାମର ଗୋଦାବରୀ ଦାସଙ୍କ ପୁଅ ପ୍ରମୋଦ ଦାସ (୩୪) ବୋଲି ଜଣାପଡ଼ିଛି ।ସୂଚନା ଯୋଗ୍ୟଯେ,, ପ୍ରମୋଦ ସବୁଦିନ ପରି ଆଜି ବୁଧବାର ମଧ୍ୟ ଚିଲିକାକୁ ମାଛ ଧରିବା ପାଇଁ ଯାଇଥିଲେ। ହେଲେ ଅସାବଧାନତା ବଶତଃ ଚିଲିକା ପାଣିରେ ବୁଡ଼ି ଯାଇଥିଲେ। ଘଟଣାସ୍ଥଳରେ ଅନ୍ୟ ଧୀବରଙ୍କ ଦ୍ଵାରା ତାଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇଁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବାଲୁଗାଁ ପୁଲିସ ପହଞ୍ଚି ମୃତ ଦେହ ଜବତ କରିବା ସହ ୧୧/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ମାଛ ଧରିବାବେଳେ ଚିଲିକାରେ ବୁଡ଼ି ଯୁବକଙ୍କ ମୃତ୍ୟୁ, ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କଲା : ବାଲୁଗାଁ ପୋଲିସ।
By
August 23, 2023
0

