ଦଶପଲ୍ଲାରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମି ଫାଇନାଲକୁ ଗଲେ ୬ ।

utkalnews7
By
0


ଦଶପଲ୍ଲା,୨୨/୧୨: ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଦଶପଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ,ଦଶପଲ୍ଲାଠାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରତିଯୋଗିତାକୁ ଦଶପଲ୍ଲା ବ୍ଲକ ଶିକ୍ଷାଧିକାରୀ ଭକ୍ତ ବିନୋଦ ସାଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ସଙ୍ଗୀତଧାରା ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ସଭାପତି ଲକ୍ଷ୍ମୀଧର ମହାପାତ୍ର, ସଂଯୋଜକ ଲକ୍ଷ୍ମୀଧର ସାହୁ,କବି ଅଶୋକ ମଲ୍ଲ ଏବଂ ସହଯୋଗୀ ଭାବେ ଶିକ୍ଷକ ବିଘ୍ନେଶ୍ୱର ବେହେରା, ଲକ୍ଷ୍ମୀଧର ସାହୁ, ସଂଗ୍ରାମ କେଶରୀ ଜେନା, ପ୍ରଭାତ ସାଥୁଆ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ସମ୍ପାଦକ ପ୍ରଶାନ୍ତ କୁମାର ଦାଶ କାର୍ଯ୍ୟକ୍ରମର ଆଭିମୁଖ୍ୟ ବିଷୟରେ ଉପସ୍ଥାପନ କରିଥିଲେ ।ଏହି ପ୍ରତିଯୋଗିତାରେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶ,କଣ୍ଠଶିଳ୍ପୀ ରବୀନ୍ଦ୍ର କୁମାର ତ୍ରିପାଠୀ ଏବଂ ସୁବାସ ଚନ୍ଦ୍ର ନାୟକ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ   କଣ୍ଠଶିଳ୍ପୀ ମାନଙ୍କୁ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଚୟନ କରିଥିଲେ।  ଏହି ପ୍ରତିଯୋଗିତାରେ କଣ୍ଠଶିଳ୍ପୀ ସନ୍ଦୀପ ମହାନ୍ତି, ଦେବାଶିଷ ହୋତା, ଶ୍ୱେତପଦ୍ମା ମିଶ୍ର, ମନତୋଷ ସାହୁ, ଆଶୁତୋଷ ଭୋଇ, ମଞ୍ଜିତା ସୁବୁଦ୍ଧି ପ୍ରମୁଖ ୬ଜଣ ସେମି ଫାଇନାଲ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଥଲେ। ସୂଚନା ଯୋଗ୍ୟଯେ ଜିଲ୍ଲାର ସମସ୍ତ ୮ଟି ବ୍ଳକରେ କଣ୍ଠଶିଳ୍ପୀ ମାନଙ୍କର ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ଏଥିରୁ ମନୋନୀତ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ  ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ସହିତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।

Post a Comment

0 Comments

Please Select Embedded Mode To show the Comment System.*