ଏୟାରଲିଫ୍ଟରେ ହାଇଦ୍ରାବାଦ ସ୍ଥାନାନ୍ତରିତ ହେଲେ : ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ।

utkalnews7
By
0


ଭୁବନେଶ୍ବର,୨୮/୧,(ଉତ୍କଳ ନ୍ୟୁଜ୍୭) : ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଏୟାର ଲିଫ୍ଟରେ ହାଇଦ୍ରାବାଦ ସ୍ଥାନାନ୍ତରିତ କରାଯାଇଛି। ଚାରିମାସ ତଳେ ସେ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା।  କିଛିଦିନ ପରେ ସୁସ୍ଥ୍ୟ ଭଲ ହେବା ପରେ ସେ ଡାକ୍ତରଖାନାରୁ ଡିସଚାର୍ଯ୍ୟ ହୋଇଥିଲେ। ଏହାପରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଆସୁଥିଲେ। ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୁବନେଶ୍ବର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଆଜି ଅପରାହ୍ନରେ ଏୟାର ଲିଫ୍ଟ କରାଯାଇ ହାଇଦ୍ରାବାଦ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି।

Post a Comment

0 Comments

Please Select Embedded Mode To show the Comment System.*