ମହାପ୍ରଭୁଙ୍କ ରଥ କାଠ ଅନୁକୂଳ : ବାହାର ଚନ୍ଦନ ଯାତ୍ରା ଆରମ୍ଭ ।

utkalnews7
By
0


ପୁରୀ,୨୦/୩ : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ସହ ଆରମ୍ଭ ହୋଇଛି । ଆଜି ଠାରୁ ମଧ୍ୟ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ବିମାନରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ।ଏହି ଯାତ୍ରା ୨୧ ଦିନ ଧରି ଚାଲିବ।


ସେହିପରି ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତ ମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟ ର ଅନୁକୂଳ କରାଯାଇଥିଲା। 


ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେ ନେଇ ସମସ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୫ ପ୍ଲାଟୁନ୍ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି, ୫ ଡିଏସପି ଓ ୮ ଜଣ ଇନ୍ସପେକ୍ଟର ମୃତୟନ ହୋଇଛନ୍ତି। ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ନରେନ୍ଦ୍ର ପୁଷ୍କରିଣୀ ରେ ବାଣକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଥିବା ବେଳେ କଟକଣା ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲିି ପୁରୀ ଏସପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Post a Comment

0 Comments

Please Select Embedded Mode To show the Comment System.*